ନନ୍ଦନକାନନର ହେବ ରୂପାନ୍ତର । ୫-ଟି ଉପକ୍ରମରେ ବିଶ୍ୱସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ ।
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ରୂପାନ୍ତର କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ୨୦୨୩ ରୁ ୨୦୨୫ ଓ ଦ୍ଵିତୀୟ ପର୍ଯ୍ୟାୟ ୨୦୨୫ ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ।
ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ । ଏଥିରେ ରାତ୍ରୀ ସଫାରୀ ଓ ସଫାରୀ କମ୍ପଲେକ୍ସର ବିକାଶ କରାଯିବ ।